ସ୍କ୍ରବ୍ ଟାଇଫସ୍ ଆତଙ୍କ: ବରଗଡ଼ ଯିବ ଭୀମସାର୍ ଟିମ୍, ପର୍ଯ୍ୟାପ୍ତ ଟେଷ୍ଟିଂ କିଟ ମହଜୁଦ ରଖିବାକୁ ନିର୍ଦେଶ
ସ୍କ୍ରବ୍ ଟାଇଫସ୍ ଆତଙ୍କ । ବରଗଡ଼ ଯିବ ଭୀମସାର୍ ଟିମ୍ ।ବରଗଡ଼ ଯିବାକୁ ଭୀମସାର୍ ଟିମ୍କୁ ନିର୍ଦ୍ଦେଶ ଦିଆ ହୋଇଛି । ବରଗଡ଼ରେ ତୁରନ୍ତ ମେଡିକାଲ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ହୋଇଛି । ଜନସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ପରେ ଭୀମସାର୍ ଡିନ୍ଙ୍କୁ DMETଙ୍କ ଚିଠି । ମେଡିସିନ୍, ମାଇକ୍ରୋବାୟୋଲୋଜି ଟିମ୍ ପଠାଇବାକୁ ନିର୍ଦ୍ଦେଶ ରହିଛି ।
ଡେଙ୍ଗୁ ପରେ ଏବେ ରାଜ୍ୟରେ ଆତଙ୍କ ଖେଳାଇଛି ସ୍କ୍ରବ୍ ଟାଇଫସ୍ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କୀଟ ଆକ୍ରମଣରେ ଲୋକଙ୍କ ପ୍ରାଣହାନି ଖବର ମଧ୍ୟ ସାମ୍ନାକୁ ଆସୁଛି । ବର୍ତ୍ତମାନ ସୁଦ୍ଧା ଏହି କୀଟ ଆକ୍ରମଣରେ ୬ ଜଣ ମୃତ୍ୟୁ ମୁଖରେ ପଡିଛନ୍ତି ।
ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ । ସର୍ବସାଧାରଣ ପୋଖରୀ, ବିଲ ଓ ଜଙ୍ଗଲକୁ ଯାଉଥିବା ଏଥିରେ ଆକ୍ରାନ୍ତ ହୋଇଥାନ୍ତି । ପୂର୍ବରୁ ଓଡ଼ିଶାରେ ସ୍କବ୍ ଟାଇଫସ ଦେଖିବାକୁ ମିଳୁ ନଥିବା ବେଳେ ବିଗତ କିଛି ବର୍ଷ ହେବ ଏଥିରେ ବହୁ ସଂଖ୍ୟାରେ ଲୋକ ଆକ୍ରାନ୍ତ ହେଉଛନ୍ତି ।

ଗତବର୍ଷ ୧୦ ହଜାର ଓ ଚଳିତ ବର୍ଷ ଜୁଲାଇ ସୁଦ୍ଧା ୮ ହଜାର ଟେଷ୍ଟିଂ ହୋଇଛି । ରାଜ୍ୟର ସବୁ ଜିଲ୍ଲାରୁ ମାମଲା ଆସୁଛି । କେନ୍ଦୁଝର , ବଲାଙ୍ଗିର ଓ ବରଗଡ଼ରୁ ଅଧିକ ଆକ୍ରାନ୍ତ ରହିଛନ୍ତି । ପ୍ରତି ଜିଲ୍ଲାରେ ଟେଷ୍ଟିଂ ହେଉଛି । ଚିଗର ପୋକ କାମୁଡ଼ିଲେ ଏହି ରୋଗ ହୁଏ । ୧୦ ଦିନରେ ଜ୍ୱର ଭଲ ନହୋଇ ଜଟିଳ ହେଲେ ମୃତ୍ୟୁ ଆଶଙ୍କା ରହିଛି।
ସ୍କ୍ରବ ଟାଇଫସ ଓ ଲେପଟୋସ୍ପାଇରୋସିଶ ପ୍ରତିକାର ପାଇଁ ସମସ୍ତ CDMO ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରୋଗୀ ସଂଖ୍ୟା ବଢ଼ୁଥିବାରୁ ସମସ୍ତ DPHLରେ ଟେଷ୍ଟ ଓ ପର୍ଯ୍ୟାପ୍ତ ଟେଷ୍ଟିଂ କିଟ ମହଜୁଦ ରଖିବାକୁ ନିର୍ଦେଶ ଦେଇଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications