Get Updates
Get notified of breaking news, exclusive insights, and must-see stories!

ଆତଙ୍କ ରଚିଛି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ 200 ଛୁଇଁଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆତଙ୍କ ରଚିଛି ସ୍କ୍ରବ୍ ଟାଇଫସ୍ । ଏହାର ପ୍ରଭାବ ସୁନ୍ଦରଗଡ଼ ଜିଲ୍ଲାରେ ଚିନ୍ତାଜନକ ରହିଛି । ଜିଲ୍ଲାରେ ଦିନ କୁ ଦିନ ଏହାର ଆତଙ୍କ ବଢିବାରେ ଲାଗିଛି । ଆଜି ପୁଣି 7 ଜଣ ଆତଙ୍କ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 200 ଛୁଇଁଛି ।

scrub typhus

ଏହା ପୂର୍ବରୁ ରବିବାର 11 ଜଣ ଓ ସୋମବାର 3 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଠିକ୍ ସେହିପରି ମଙ୍ଗଳବାର ବି 10 ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହା ପରେ ଆଜି 7 ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 200 ଛୁଇଁଛି ।

ସେହିପରି 14 ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ 30 ଚିହ୍ନଟ ହୋଇଥିଲା । ଗତ ଜାନୁଆରୀରେ ମାତ୍ର 4ଜଣ ଚିହ୍ନଟ ହୋଇଥିଲେ । ତାପର ଠାରୁ ଏହା ବୃଦ୍ଧି ପାଇ 183 ରେ ପହିଞ୍ଚିଥିଲା । ସ୍କ୍ରବ୍ ଟାଇଫସରେ ଜଣକର ମୃତ୍ୟୁ ହୋଇଥିବାବେଳେ ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବାରୁ ଅନ୍ୟ ଆକ୍ରାନ୍ତମାନେ ସୁସ୍ଥ ଥିବା ସିଡିଏମଓ ଡ. କାହ୍ନୁଚରଣ ନାୟକ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଙ୍ଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଯାଇଛି । ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ମହାମାରୀ ବିଶେଷଜ୍ଞଙ୍କୁ ମଧ୍ୟ ଉଭୟ ସୁନ୍ଦରଗଡ ଓ ବରଗଡ ଜିଲ୍ଲାକୁ ପଠାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+