ଥମୁନି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ଆଉ 9 ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ସାରା ରାଜ୍ୟରେ ଡେହ୍ଗୁ ସହ ସ୍କ୍ରବ୍ ଟାଇଫସ୍ ଆତଙ୍କ ଖେଳାଇଛି । ଡେଙ୍ଗୁକୁ ନେଇ ଲୋକେ ଆତଙ୍କିତ ଥିବାବେଳେ ବର୍ତ୍ତମାନ ସ୍କ୍ରବ୍ ଟାଇଫସ୍ ଚିନ୍ତା ବଢାଇ ଦେଇଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ 9 ଆକ୍ରାନ୍ତ । ଏହା ପରେ ସୁନ୍ଦରଗ଼ଡରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 272 କୁ ବୃଦ୍ଧି ପାଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଭୟ ନକରି ଲୋକମାନେ ସଚେତନ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ୱର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ କୁହାଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଯେକୌଣସି ବେସରକାରୀ ଡାକ୍ତରଖାନାରେ ଆକ୍ରାନ୍ତ ଚିହ୍ନଟ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କିମ୍ବା ରାଉରକେଲା ଆରଜିଏଚକୁ ପଠାଇବାକୁ କୁହାଯାଇଛି । ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଉଥିବା ବେଳେ ବିଭିନ୍ନ ଛକ ଓ ହାଟ ମାନଙ୍କରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି ।
ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ କାମୁଡ଼ିବାରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।












Click it and Unblock the Notifications