ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ, ସୁନ୍ଦରଗଡ଼ରେ ଚିହ୍ନଟ ହେଲେ ଆଉ 25 ଆକ୍ରାନ୍ତ
ସୁନ୍ଦରଗଡ଼: ଚିନ୍ତା ବଢାଇଲାଣି ସ୍କ୍ରବ୍ ଟାଇଫସ୍ । ରାଜ୍ୟର ପ୍ରାୟ ଜିଲ୍ଲାରେ ଏହାର ପ୍ରକୋପ ଦେଖିବାକୁ ମିଳିଥିବା ବେଳେ ସୁନ୍ଦରଗଡ଼ର ସ୍ଥିତି ଅଣାୟତ ହେବାରେ ଲାଗିଛି । ଥମିବାର ନାଁ ନେଉନି ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ଆକ୍ରାନ୍ତ ।
ଏହି ସମୟରେ ସୁନ୍ଦରଗଡ଼ ଜିଲ୍ଲାରେ ପୁଣି 25 ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ପରୀକ୍ଷା କରାଯାଇଥିବା 108 ନମୁନା ମଧ୍ୟରୁ 25 ଜଣଙ୍କର ପିଜିଟିଭ ଆସିଛି । ଏହା ପରେ ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା 355 କୁ ବୃଦ୍ଧି ହୋଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି । ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି । ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି ।
ସୂଚନା ଥାଉକି, ଗତ ଜାନୁଆରୀ ମାସରୁ ଆଜି ଯାଏଁ କେବଳ ସୁନ୍ଦର ଗଡ଼ ଜିଲ୍ଲାରେ 355 ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି । ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ ।
କୀଟ ଦଂଶନ ରୁ ଏହି ରୋଗ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications