ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ, ଚିହ୍ନଟ ହେଲେ ଆଉ 16 ଆକ୍ରାନ୍ତ

ସୁନ୍ଦରଗଡ଼: ରାଜ୍ୟକୁ ଘାରିଛି ସ୍କ୍ରବ୍ ଟାଇଫସ୍ ଚିନ୍ତା । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପ୍ରକୋପ ଅଧିକ ଦେଖିବାକୁ ମିଳୁଛି । ଏହି ଜିଲ୍ଲାରୁ ପ୍ରତ୍ୟେକ ଦିନ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ।

ଦିନକରେ ସୁନ୍ଦରଗଡ଼ରେ ଆଉ 16 ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 114 ନମୁନାରୁ 16 ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 389 କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

scrub typhus

ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଂଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି । ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି । ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି ।

ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ । ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ଏଭଳି ସଂକ୍ରମଣକୁ ଦେଖି ଜିଲ୍ଲାବାସୀ ଭୟଭୀତ ହୋଇଯାଇଛନ୍ତି । ଅନ୍ୟପଟେ ସରକାରଙ୍କ ତରଫରୁ କୀଟନାଶକ ଔଷଧ ସିଞ୍ଚନ ଚାଲିଛି । ରୋଗୀମାନଙ୍କୁ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି ।

ତେବେ ସୂଚନାଯୋଗ୍ୟ ଯେ, ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ଜୀବାଣୁ ଚାଷ ଜମି ଓ ଜଙ୍ଗଲରେ ରହିଥାନ୍ତି । ଲାର୍ଭା ମାଇଟ୍ସ ନାମକ ପୋକ କାମୁଡିବା ଫଳରେ ଏହା ଭୂତାଣୁ ଶରୀରର ଚର୍ମକୁ ଚାଲିଯାଇଥାଏ । ପୋକଟି ଯେଉଁଠି କାମୁଡିଥାଏ ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଥାଏ । ପରେ ଏହା ଘା' ହୋଇଯାଇଥାଏ । ଲମ୍ବା ସମୟ ଧରି ଜ୍ୱର ସହିତ ହାତ, ଗୋଡ ଓ ତଣ୍ଟି ବିନ୍ଧା ଲାଗିରହିଥାଏ । ଏପରିକି ଝାଡା ଓ କାଶ ମଧ୍ୟ ହୋଇଥାଏ । ତେବେ ପ୍ରାଥମିକ ଚିକିତ୍ସା କଲେ ଏହି ରୋଗ ଭଲ ହୋଇଥାଏ । ଏହି ରୋଗରେ ଆକ୍ରାନ୍ତ ଯଦି ଗୁରୁତର ହୋଇଥାନ୍ତି, ତେବେ ଦେହରେ ସେପ୍ଟି ସେମିଆ ଓ ନିମୋନିଆ ଭଳି ରୋଗ ଦେଖାଦେଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+