ବଢୁଛି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ଆଉ ୯ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ । ଦିନକୁ ଦିନ ଘାତକ ହେଉଛି । ସୁନ୍ଦରଗଡ଼ରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଏହି ରୋଗର ଆକ୍ରାନ୍ତଙ୍କ ସଂଖ୍ୟା । ସୁନ୍ଦରଗଡ଼ରେ ଆଜି ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ଜିଲ୍ଲାରେ ମୋଟ ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଏହି ରୋଗ ସଂପର୍କରେ ଜିଲ୍ଲାବାସୀଙ୍କ ସତର୍କତା କରାଯାଉଛି । ସମସ୍ତଙ୍କୁ ସତର୍କ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ଗତ କିଛି ଦିନ ହେଲା ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ବଢିବାରେ ଲାଗିଛି ।
ଏହି ରୋଗ କୀଟ ଦଂଶନରୁ ହୋଇଥାଏ । ଯେଉଁଥି ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ ସୃଷ୍ଟି କରାଯାଉଛି । ଜଙ୍ଗଲର ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଔଷଧ, ଟେଷ୍ଟିଂ ବ୍ୟବସ୍ଥା ମଧ୍ୟ କରାଯାଉଛି ।
ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର ।
ଚିଗର୍ସ ନାମକ କୀଟ କାମୁଡିଲେ ହୋଇଥାଏ ସ୍କ୍ରବ ଟାଇଫସ୍ । ଆଉ ଏହା ଦ୍ୱାରା ଜ୍ୱର ହୁଏ , ଆଉ ଜ୍ୱର ନ କମିଲେ ଏହା ଶରୀର ପାଇଁ ଘାତକ ବି ହୋଇପାରେ । ବର୍ଷା ଦିନରେ ଏହା ବ୍ୟାପିବା ସମ୍ଭାବନା ଅଧିକ ।
ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଙ୍ଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଯାଇଛି । ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ମହାମାରୀ ବିଶେଷଜ୍ଞଙ୍କୁ ମଧ୍ୟ ଉଭୟ ସୁନ୍ଦରଗଡ ଓ ବରଗଡ ଜିଲ୍ଲାକୁ ପଠାଯାଇଛି ।

ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।












Click it and Unblock the Notifications