Get Updates
Get notified of breaking news, exclusive insights, and must-see stories!

ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ, ପୁଣି ଚିହ୍ନଟ ହେଲେ 20 ଆକ୍ରାନ୍ତ

ସୁନ୍ଦରଗଡ଼: ରାଜ୍ୟରେ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ଆତଙ୍କ । ଗତ କିଛି ଦିନ ହେବ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହା ସହ ସୁନ୍ଦରଗଡ଼ରେ ଏହି ସ୍କ୍ରବ୍ ଟାଇଫସ୍ ଆତଙ୍କ ରଚିଛି ।

scrub typhus

ଜିଲ୍ଲାରେ ପୁଣି ଆଉ 20 ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ଆକ୍ରାନ୍ତଙ୍କ ସଂଖ୍ୟା 327 କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ଗତକାଲି 4 ଜଣ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ଏହି ରୋଗ ଦିନକୁ ଦିନ ବୃଦ୍ଧି ଘଟିବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ଅଧିକ ପରିମାଣରେ ଘଟୁଛି ।

ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । କିଛି ଦିନ ପୂର୍ବରୁ ସ୍କ୍ରବ୍ ଟାଇଫସ୍ ର ସ୍ଥିତି ପରଖିବା ପାଇଁ ଏକ 4 ଜଣିଆ କେନ୍ଦ୍ରୀୟ ଟିମ୍ ଜିଲ୍ଲାରେ ପହଞ୍ଚିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+