ପୁରୀ ଜିଲ୍ଲାରେ ସ୍କ୍ରବଟାଫସ୍ ଆତଙ୍କ: ୧୨୦ ପଜିଟିଭ୍ ଚିହ୍ନଟ
ପୁରୀ: ପୁରୀ ଜିଲ୍ଲାରେ ସ୍କ୍ରବଟାଫସ୍ ଆତଙ୍କ । ଗତ ଦୁଇ ମାସ ମଧ୍ୟରେ ପୁରୀରେ ୬୧୩ ଜଣଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୨୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ରହିଛି । ହେଲେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଥିରେ କୌଣସି ରୋଗୀଙ୍କ ମୃତ୍ୟୁ ହୋଇନଥିବା ନେଇ ସୂଚନା ମିଳିଛି । ଜୁଲାଇ ମାସରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ୬୯ ଜଣଙ୍କ ରକ୍ତ ପରୀକ୍ଷା କରାଯାଇଥିଲା ।
ଯାହା ମଧ୍ୟରୁ ୮ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ , ସେହିପରି ଅଗଷ୍ଟ ମାସରେ ୧୯୬ ଜଣଙ୍କ ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୪୫ ଜଣ ପଜିଟିଭ୍ ଏବଂ ସେପ୍ଚେମ୍ବର ମାସରେ ୩୫୮ ଜଣଙ୍କ ରକ୍ତ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏନେଇ ପୁରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍କ୍ରବଟାଇଫସକୁ ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷପ ଗ୍ରହଣ କରାଯିବା ସହ ଲୋକଙ୍କୁ ସତର୍କ କରାଯାଉଛି ବୋଲି ପୁରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ବିରଜା ଶଙ୍କର ରଥ କହିଛନ୍ତି ।
ସୂଚନାଥାଉ ଯେ, ସୁନ୍ଦରଗଡ଼ ଜିଲ୍ଲାରେ ଗତ କିଛି ଦିନ ହେଲା ଲଗାତର ଭାବେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବୁଧବାର ଦିନ 69 ଟି ରକ୍ତ ନମୁନା ପରୀକ୍ଷା ପାଇଁ ନିଆଯାଇଥିଲା । ସେଥିରୁ 13 ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 263 ରେ ପହଞ୍ଚିଛି ।
ଅପରପକ୍ଷରେ ମେଡିକାଲ ଓ ଜିଲ୍ଲା ପ୍ରଶାସନ ଲଗାତର ଭାବେ ଗାଁ ଗାଁ ବୁଲି ସଚେତନତା କାର୍ଯ୍ୟକ୍ରମ କରି ଚାଲିଛି । ଡାକାବିଜ ଓ ପାଲା ମାଧ୍ୟମରେ ସଚେତନ କରାଯାଉଛି । ଏପରି ରୋଗଙ୍କୁ ଲୋକଙ୍କୁ କିପରି ରକ୍ଷାକରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧରଣୀ ରଞ୍ଜନ ଶତପଥୀ ସୂଚନା ଦେଇଛନ୍ତି ।












Click it and Unblock the Notifications