ରାଜ୍ୟରେ ଆତଙ୍କ ଖେଳାଉଛି ସ୍କ୍ରବ୍ ଟାଇଫସ୍: ୨୨ ହଜାର ୭୭ ନମୁନାରୁ ୨ ହଜାର ୨୦ ପଜିଟିଭ
ସ୍କ୍ରବ୍ ଟାଇଫସ୍ ରୋଗ ରାଜ୍ୟରେ ଆତଙ୍କ ଖେଳାଉଛି । ବିଶେଷକରି ପଶ୍ଚିମ ଓଡ଼ିଶାର ଏକାଧିକ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ମାଡ଼ିଗଲାଣି। ଅନେକ ଜୀବନ ମଧ୍ୟ ଗଲାଣି । ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର କୋଡ଼ିଏ । ଏନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର । ମୋଟ୍ ୨୨ ହଜାର ୭୭ ନମୁନାରୁ ୨ ହଜାର ୨୦ ପଜିଟିଭ ବୋଲି ଜଣାପଡିଛି ।
ସ୍କ୍ରବ୍ ଟାଇଫସ୍କୁ ନେଇ ଚିନ୍ତା ବଢୁଛି । କେନ୍ଦ୍ରୀୟ ସ୍ବାସ୍ଥ୍ୟ ଦଳ ପଶ୍ଚିମ ଓଡ଼ିଶାରେ ଡେରା ପକାଇଛନ୍ତି । ଏହି ଦଳ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ଗସ୍ତ କରିବା ସହିତ ସ୍କ୍ରବ୍ ଟାଇଫସ୍ର ସ୍ଥିତି ଅନୁଧ୍ୟାନ କରିଛନ୍ତି । ହେଲେ ସବୁ ପରିଶ୍ରମ ସ୍ଵତ୍ତେ ବଢୁଛି ଏହି ରୋଗ । ଏସବୁ ଭିତରେ ଗତ କିଛି ଦିନ ଧରି ଭାଇରାଲ୍ ଜ୍ବର ଲୋକମାନଙ୍କ କଷ୍ଟ ବହୁଗୁଣିତ କରିଦେଇଛି ।

ବେସରକାରୀ ଭାବେ ବରଗଡ଼ ଜିଲ୍ଲାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ସେହିପରି ରାଜ୍ୟବ୍ୟାପୀ ସ୍କ୍ରବ୍ ଟାଇଫସ୍ ଜନିତ ମୃତ୍ୟୁ ସଂଖ୍ୟା ୧୦ରୁ ଅଧିକ ହେବ । ତେବେ ସ୍କ୍ରବ୍ ଟାଇଫସ୍କୁ ନେଇ ଯେଉଁଭଳି ସଚେତନତା କରିବା କଥା ତାହା ଦେଖିବାକୁ ମିଳିନାହିଁ ।
ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଜାରି ରହିବ ନେଇ କେତେ ସଂପର୍କରେ ମଧ୍ୟ କାହା ପାଖରେ ସୂଚନା ନାହିଁ । କେନ୍ଦ୍ରୀୟ ସ୍ବାସ୍ଥ୍ୟ ଦଳ ଆସନ୍ତାକାଲି ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ରାଜ୍ୟରେ ସ୍କ୍ରବ୍ ଟାଇଫସ୍କୁ ନେଇ ସ୍ଥିତି ସଂପର୍କରେ ସ୍ପଷ୍ଟ ଚିତ୍ର ମିଳିବ ବୋଲି ଆଶା କରାଯାଉଛି ।
ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।
ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications