ବଢୁଛି ସ୍କ୍ରବ୍ ଟାଇଫସ୍ ଚିନ୍ତା, ସୁନ୍ଦରଗଡ଼ରେ ଚିହ୍ନଟ ହେଲେ ଆଉ 14 ଆକ୍ରାନ୍ତ
ସୁନ୍ଦରଗଡ଼: ଥମୁନି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁନ୍ଦରଗଡ଼ ଜିଲ୍ଲାରେ ଆଉ 14 ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାରେ ମୋଟ୍ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ସଂଖ୍ୟା 244 କୁ ବୃଦ୍ଧି ହୋଇଛି । ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ନେଇ CDMOଙ୍କ ସୂଚନା ମିଳିଛି ।

ସୂଚନାଥାଉକି, ଗତ ଜାନୁ୍ଆରି ମାସରୁ ବର୍ତ୍ତମାନ ଯାଏଁ 244 ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥଥିବା ସ୍ୱାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି ।
ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ । ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ ।












Click it and Unblock the Notifications