ରାଜ୍ୟରେ ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ : ସୁନ୍ଦରଗଡ଼ ଆଉ ୧୦ ଜଣ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ଘାରିଛି ସ୍କ୍ରବ୍ ଟାଇଫସ୍ ଚିନ୍ତା । ରାଜ୍ୟରେ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ଭିତର ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାବାସୀ ଛାନିଆ ହୋଇ ଯାଇଛନ୍ତି । ଫଳରେ ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି ପାଇଛି ।

ତେବେ ଜନସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ କହିବା ମୁତାବକ, ବରଗଡ଼ରୁ ୫ ଓ ସୁନ୍ଦରଗଡ଼ରୁ ଜଣଙ୍କ ମୃତ୍ୟୁ ଖବର ଆସିଥିଲା । ସେହିପରି ବରଗଡ଼ ଜିଲ୍ଲାରେ ୫ ସ୍କ୍ରବ ଟାଇଫସ ସନ୍ଦିଗ୍ଧ ମୃତ୍ୟୁର ତଦନ୍ତ କରିବାକୁ ଭୁବନେଶ୍ୱରରୁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ଏପିଡୋମିଓଲଜିଷ୍ଟଙ୍କୁ ପଠାଯାଇଛି ।

ରାଜ୍ୟ ସରକାର ରାଜ୍ୟରେ ବଢ଼ି ଚାଲିଥିବା ସ୍କ୍ରବ ଟାଇଫସକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ଏନେଇ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ଟିମ ପଠାଇଛନ୍ତି । ଏହା ସହ ସୁନ୍ଦରଗଡ଼ ଜିଲ୍ଲାକୁ ଅନ୍ୟ ଜଣେ ଯୁଗ୍ମ ନିର୍ଦ୍ଦେଶକଙ୍କୁ ପଠାଯାଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।

scrup_typhus

ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।

ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର ।

ଚିଗର୍ସ ନାମକ କୀଟ କାମୁଡିଲେ ହୋଇଥାଏ ସ୍କ୍ରବ ଟାଇଫସ୍ । ଆଉ ଏହା ଦ୍ୱାରା ଜ୍ୱର ହୁଏ , ଆଉ ଜ୍ୱର ନ କମିଲେ ଏହା ଶରୀର ପାଇଁ ଘାତକ ବି ହୋଇପାରେ । ବର୍ଷା ଦିନରେ ଏହା ବ୍ୟାପିବା ସମ୍ଭାବନା ଅଧିକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+