ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମଡି ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ଯାହାଫଳରେ ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରତିକୂଳ ପାଗ ପାଇଁ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟବିଭାଗ ପକ୍ଷରୁ ଏହି କଟକଣା ଜାରି କରାଯାଇଥିବା କଥା ଚନ୍ଦନେଶ୍ୱର ସହକାରୀ ମତ୍ସ୍ୟ ଅଧିକାରୀ(ସାମୁଦ୍ରିକ ସମ୍ପ୍ରସାରଣ) ଅନନ୍ତ କୁମାର ଜେନା ଏହି ସୂଚନା ଦେଇଛନ୍ତି।












Click it and Unblock the Notifications