‘2024 ସୁଦ୍ଧା ସବୁ ଗାଁକୁ ପାଇପ ଯୋଗେ ପାନୀୟ ଜଳ'

ବଜେଟ୍ ଅଧିବେଶନ: ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଆରମ୍ଭରୁ ଗୃହକାର୍ଯ୍ୟ ସୁରୁଖୁରରେ ଚାଲିଛି । ପ୍ରଶ୍ନକାଳରେ ଗୃହରେ ଚାଲିଛି ସରଗରମ ଆଲୋଚନା । ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ ।

assembly

ସଦସ୍ୟଙ୍କ ଏକ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, 2024 ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି । ତେବେ ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠି 2025 ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମାର୍ଚ୍ଚ 2023 ସୁଦ୍ଧା, 58% ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି । ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, ପିଡି ଡିଆରଡିଏ ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନୂଆ ଟ୍ୟୁବୱେଲ ଯୋଗାଇବାକୁ ନିର୍ଦେଶ ଦିଆଯାଇଛି । ନୂଆ ଜନଵସତିରେ ଅତିରିକ୍ତ ଟ୍ୟୁବୱେଲ ଲଗାଯିବ । ଯେଉଁଠି 70 ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ଟ୍ୟୁବୱେଲ ଲଗାଇବାକୁ ନିର୍ଦେଶ ଦିଆଯାଇଛି ।

ଜିଲ୍ଲାପାଳ କି ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ଟ୍ୟୁବୱେଲ ଲଗାଯିବ । ହେଲେ ଯେଉଁଠି ଘରୋଇ ଟ୍ୟୁବୱେଲ କି ପାଇପ ଅଛି, ସେଠାରେ ଟ୍ୟୁବୱେଲ ଲଗାଯିବାର କୌଣସି ଯୋଜନା ନାହିଁ । ପାନୀୟ ଜଳ ସମସ୍ୟା ଥିଲେ, 1916 ହେଲ୍ପଲାଇନ ନମ୍ବର ଯୋଗେ ପ୍ରଶାସନକୁ ଜଣାଇବାର ବ୍ୟବସ୍ଥା ରହିଛି ବୋଲି ବିଭାଗୀୟ ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି ।

ଆଜି ଦ୍ୱିତୀୟ ଦିନରେ ଗୃହ ବେଶ୍ ସରଗରମ ରହିବା ନେଇ ଆଶା କରାଯାଉଛି । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି । ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ । ଏହାସହ ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+