Get Updates
Get notified of breaking news, exclusive insights, and must-see stories!

ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ; ଶୂନ୍ୟକାଳରେ ଉଠିଲା ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ

ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡ଼ା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଉଛନ୍ତି ଉଭୟ ଶାସକ ଓ ବିରୋଧୀ।

ବିଧାନସଭାରେ ବୋମା ବିସ୍ଫୋରଣ ପ୍ରସଙ୍ଗ
ଏଣେ ବିଧାନସଭାରେ କେନ୍ଦ୍ରୀୟ ବିଦ୍ୟାଳୟ-୩ ସମ୍ମୁଖରେ ବୋମା ବିସ୍ଫୋରଣ ପ୍ରସଙ୍ଗ ଉଠିଛି। ବିଜେଡି ବିଧାୟକ ପ୍ରତାପ ଦେବ ପ୍ରସଙ୍ଗ ଉଠାଇଥିଲେ। ଘଟଣାର ତଥ୍ୟ ସଂଗ୍ରହ କରି ବିଧାନସଭାରେ ଉପସ୍ଥାପନ କରିବାକୁ ବାଚସ୍ପତି ସୁରମା ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି।

ଏଣେ ଏଣିକି ୨୦ରୁ ଅଧିକ ଛାତ୍ର ଥିବା ସ୍କୁଲଗୁଡ଼ିକୁ ପୁଣି ଖୋଲାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୋଲି କହିଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ସେ ଏକଥା ସ୍ପଷ୍ଟ କରିଛନ୍ତି। ସେ ଆହୁରି କହିଛନ୍ତି, ହ୍ରପ୍ ଆଉଟ ସଂଖ୍ୟା କମ୍ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି।

second day of the winter session of the Legislative Assembly 2025

ତେଣେ ଆଜି ବିଧାନସଭାରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। କଂଗ୍ରେସ ତରଫରୁ ମୁଲତବୀ ପ୍ରସ୍ତାବ ଅଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+