Republic Day 2025: ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି : ମୁଖ୍ୟମନ୍ତ୍ରୀ
ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମିଳିବ । କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଲାଣି । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ପାଇଁ କହିଲେ ମୁଖ୍ୟମନ୍ତ୍ରୀ ।

ଯୋଗ୍ୟତା
ଏହି ଯୋଜନାର ଲାଭ ପାଇବା ପାଇଁ ସମସ୍ତ ମହିଳା ହିତାଧିକାରୀ ନିମ୍ନଲିଖିତ ଯୋଗ୍ୟତା ମାନଦଣ୍ଡ ପୂରଣ କରିବା ଆବଶ୍ୟକ:
- କ. ଆବେଦନକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଆବଶ୍ୟକ ।
- ଖ. ଆବେଦନକାରୀ NFSA / SFSS ଅନ୍ତର୍ଭୁକ୍ତ ହୋଇଥିବେ । NFSA / SFSS ରୁ ବଞ୍ଚିତ ଥିବା ପରିବାରର ଜଣେ ମହିଳା ସୁଭଦ୍ରା ଅଧୀନରେ ଆବେଦନ କରି ପାରିବେ, ଯଦି ତାଙ୍କ ପରିବାରର ବାର୍ଷିକ ଆୟ ଟ.୨.୫୦ ଲକ୍ଷରୁ (କେବଳ ଦୁଇ ଲକ୍ଷ ଏବଂ ପଚାଶ ହଜାର ଟଙ୍କା) ଅଧିକ ହୋଇନଥିବ ।
- ଗ. ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ, ଆବେଦନକାରୀଙ୍କ ବୟସ ଧାର୍ଯ୍ୟ ତାରିଖ ଅନୁଯାୟୀ ୨୧ ବର୍ଷ କିମ୍ବା ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଉଚିତ୍ । ଆଧାର କାର୍ଡରେ ଲିପିବଦ୍ଧ ହୋଇଥିବା ଜନ୍ମ ତାରିଖକୁ ତାଙ୍କ ବୟସ ଗଣନା ପାଇଁ ଗ୍ରହଣ କରାଯିବ।
- ଘ. ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଧାର୍ଯ୍ୟ ତା. ୦୧.୦୭ .୨୦୨୪ ରିଖ ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା'ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ । ତେଣୁ, ଆବେଦନକାରୀଙ୍କ ଜନ୍ମ ତାରିଖ ୦୨.୦୭.୧୯୬୪ ଠାରୁ ୦୧.୦୭.୨୦୦୩ ପର୍ଯ୍ୟନ୍ତ ହେବା ଉଚିତ୍ ।
- ଙ. ୨୦୨୪-୨୫ ପାଇଁ ଯଦି ଜଣେ ମହିଳା ୦୧.୦୭.୨୦୨୪ ପରେ ୨୧ ବର୍ଷ ବୟସ ଅତିକ୍ରମ କରିବେ, ତେବେ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡ଼ିକ ପାଇଁ ତାଙ୍କୁ ବାର୍ଷିକ ୧୦,୦୦୦ ଟଙ୍କା ମିଳିବ । ସେହିପରି ଯେଉଁ ମହିଳା ୦୧.୦୭.୨୦୨୪ ପରେ ୬୦ ବର୍ଷ ପୂରଣ କରିବେ ତାଙ୍କୁ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡ଼ିକ ପାଇଁ ଏହି ସହାୟତା ଦିଆଯିବ ନାହିଁ ।
ଅଯୋଗ୍ୟତା
ନିମ୍ନଲିଖିତ ମହିଳାମାନେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିଲେ ମଧ୍ୟ, ଏହି ଯୋଜନାର ଲାଭ ପାଇବା ପାଇଁ ଅଯୋଗ୍ୟ ହେବେ:
- କ. ଯେଉଁ ମହିଳା ମାସକୁ ମୋଟ ୧୫00 ଟଙ୍କା କିମ୍ବା ତାଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,000 ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ସହାୟତା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ଗ୍ରହଣ କରୁଛନ୍ତି ।
- ଖ. ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି :
- ୧. ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ।
- ୨. ଆୟକର ଦେଉଥିବେ ।
- ୩. ଯେ କୌଣସି ସହରାଞ୍ଚଳ ଶ୍ଵାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ)
- ୪. ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body) / ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋର୍ସିଂ ଏଜେନ୍ସି ମାଧ୍ୟମରେ ନିୟୋଜିତ ସମସ୍ତ କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।
- ୫. ଯେ କୌଣସି ସରକାରୀ ବିଭାଗ / ଅଣ୍ଡରଟେକିଂ / ବୋର୍ଡ / ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କର ମନୋନୀତ ପ୍ରତିନିଧୀ ହୋଇଥିବେ ।
- ୬. ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ମୋଟର ଯାନର ମାଲିକ ।
- ଗ. ଆବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ।
- (ବି:ଦ୍ର: ଏହି ଯୋଜନା ପାଇଁ, ପରିବାରର ସଂଜ୍ଞା କହିଲେ ଜାତୀୟ ଖାଦ୍ଯ ସୁରକ୍ଷା ଆଇନ / ରାଜ୍ୟ ଖାଦ୍ଯ ସୁରକ୍ଷା ଯୋଜନା (NFSA / SFSS) ରେ ପରିଭାଷିତ ଥିବା ପରିବାର କୁ ବୁଝାଏ )
More From
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications