ଆଜି ଆସିବ 'ସୁଭଦ୍ରା' ଦ୍ୱିତୀୟ କିସ୍ତି, ବ୍ରହ୍ମପୁରରେ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Subhadra Yojana:ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ଅର୍ଥାତ୍ ଶନିବାର ଦିନ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ଟଙ୍କା । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ । ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି ।

Subhadra Yojana

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ପ୍ରଦୀପ କୁମାର ପାଣିଗ୍ରାହୀ ଆଦି ଯୋଗ ଦେବେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

ସମସ୍ତ ହିତାଧିକାରୀ ଦ୍ୱିତୀୟ ପର୍ଯ୍ୟାୟରେ ୫ ହଜାର ଲେଖାଏଁ ପାଇବେ । ଶନିବାର ଦିନ କୋଟିଏରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଟଙ୍କା ଯିବ । ତେବେ ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଟଙ୍କା ପାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+