ଆଜି ପହଞ୍ଚିବ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା : ଟିକାକରଣରେ 95 % ସଫଳତା ହାତେଇଛି ଓଡ଼ିଶା
ଆଜି ପୁଣି ରାଜ୍ୟରେ ଆସି ପହଞ୍ଚିବ 2ୟ ପର୍ଯ୍ୟାୟ କୋଭିସିଲ୍ଡି ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ କରୋନା ଟିକା ।
ଭୁବନେଶ୍ୱର: ମହାମାରୀ ସଙ୍ଗେ ଜାରି ରହିଛି ମହାଲଢେଇ । ତୃତୀୟ ଦିନରେ ଟିକା ନେଉଛି ସାରା ଓଡିଶା । ଇତିମଧ୍ୟରେ ଆଜି ପୁଣି ରାଜ୍ୟରେ ଆସି ପହଞ୍ଚିବ 2ୟ ପର୍ଯ୍ୟାୟ କୋଭିସିଲ୍ଡ ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ କରୋନା ଟିକା । ସ୍ପାଇସ୍ ଜେଟ୍ ଏୟାରଲାଇନ୍ସର ଏକ ସ୍ୱତନ୍ତ୍ର ବିମାନରେ ପୁଣେରୁ ଆସିବ କୋଭିସିଲ୍ଡ । ୧୦ ଡୋଜ୍ ବିଶିଷ୍ଟ ୩୩ ହଜାର ୪୫୦ ଭାଏଲ୍ ଆସିବାର ଯୋଜନା ରହିଛି । ଏଠାରେ ସୂଚନାଥାଉକି, ଓଡ଼ିଶାରେ ରେକର୍ଡ ସଂଖ୍ୟକ 95 ଶତକଡା ବ୍ୟକ୍ତିଙ୍କୁ କରୋନା ଟିକା ସଫଳତାର ସହ ଦିଆଯାଇଛି । ଯେଉଁଥିରେ 30 ହଜାର 161 ଜଣ ସ୍ୱାସ୍ଥ୍ୟ କର୍ମୀ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ।

୩ ଦିନ ପରେ ଟିକାକୁ ବିଭିନ୍ନ ଜିଲ୍ଲାକୁ ପଠାଯିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ପୂର୍ବରୁ ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟରୁ ରାଜ୍ୟକୁ ୪ ଲକ୍ଷ ୮ ହଜାର କୋଭିସିଲ୍ଡ ଟିକା ଆସିଥିଲା । ଦ୍ୱିତୀୟ ଦଫା କରୋନା ଟିକା ପହଞ୍ଚିବା ପରେ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କୋଭିଡ ଯୋଦ୍ଧାଙ୍କ ଟିକାକରଣ ହୋଇପାରିବ ବୋଲି ସରକାର ଆଶା ରଖିଛନ୍ତି ।
ତୃତୀୟ ଦିନରେ ଆଜି ୧୯୨ଟି ସେସନ ହେବାର ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ୯୨ ଟି ସେସନ, ୨୧ ତାରିଖରେ ୪୩୬, ୨୨ରେ ୧୪୧, ୨୩ରେ ୧୭୮ ଏବଂ ୨୫ ତାରିଖରେ ୨୭୯ ଟି ସେସନ ହେବ । ଏହିପରି ଭାବରେ ୨୫ ତାରିଖ ଭିତରେ ୧୬ ଶହ ୯୮ଟି ସେସନ୍ରେ ମୋଟ ୧ଲକ୍ଷ ୭୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦେବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications