୧୦ରୁ ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ଆରମ୍ଭ

୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ।

matric exam

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ସରିବ । ୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଏଥିପାଇଁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ସବୁଥର ପରି ଏଥର ମଧ୍ୟ ତ୍ରୁଟିଶୁନ୍ୟ ଭାବେ ପରୀକ୍ଷା ପରିଚାଶନା କରିବା ଉପରେ ଗୁରୁତ୍ୱ ଦିଆଯାଉଛି ।

ସୂଚନା ଅନୁସାରେ, ଛାତ୍ରଛାତ୍ରୀ ଏବଂ ପରୀକ୍ଷା ପରିଚାଳନାଙ୍କୁ ଭଲ ଭାବେ ଯାଞ୍ଚ କରି ପରୀକ୍ଷା କେନ୍ଦ୍ର ଭିତରକୁ ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପ୍ରଶ୍ନ ଏବଂ ଉତ୍ତରଖାତା ରଖାଯାଉଥିବା ଷ୍ଟ୍ରଙ୍ଗରୁମରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଆଜିଠାରୁ ପରୀକ୍ଷା କେନ୍ଦ୍ରଗୁଡିକୁ ପ୍ରଶ୍ନପତ୍ର ପଠାଯାଇଛି । ମୋଟ୍ ୩୧୬ ନୋଡାଲ ସେଣ୍ଟର କରାଯାଇଛି । ସେହିପରି ୫୬ କେନ୍ଦ୍ରରେ ଖାତା ଦେଖାହେବା ପାଇଁ ବ୍ୟବସ୍ଥା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+