Get Updates
Get notified of breaking news, exclusive insights, and must-see stories!

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା ।

anu garg

ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ରେ ପ୍ରସ୍ତାବିତ ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+