ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କୌଣସି ଅଘଟଣ ଆଶଙ୍କାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏହି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।

ସୂଚନା ଥାଉକି, ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

CM mohan majhi

ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+