ବିଧାନସଭା ଅଧିବେଶନ ପୂର୍ବରୁ କମିଶନରେଟ୍ ପୋଲିସର ସୁରକ୍ଷା ଯାଞ୍ଚ, ୩୦ ପ୍ଲାଟୁନ୍ ଫୋର୍ସ ହେବେ ମୁତୟନ

ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ। ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୁଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସେ ଜଣାଇଛନ୍ତି।

Assembly session

କରାଯାଇଥିବା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ଦେଇ ପୁଲିସ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ କହିଛନ୍ତି ଯେ, ମୌସୁମୀ ଅଧିବେଶନ ପାଇଁ ୩୦ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ।ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ।

ଦୁହେଁ ଆହୁରି କହିଛନ୍ତି ଯେ, ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା। ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ଏହା ସହିତ ସମ୍ପୁର୍ଣ୍ଣ ପୁଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+