ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ଯବାନ ଆହତ
Malkangiri News: ମାଲକାନଗିରିରେ ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଥିବା ନେଇ ସୂଚନା ରହିଛି । ଗୁରୁତର ଅବସ୍ଥାରେ ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଚିକିତ୍ସା ଜାରି ରହିଛି । ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ।
ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ ଏହି ସମୟରେ ଜଣେ ଯବାନ ଆହତ ହୋଇଥିଲେ । ନକ୍ସଲ ମାନେ ଉକ୍ତ ସ୍ଥାନରୁ ଛତ୍ର ଭଙ୍ଗ ଦେଇଥିଲେ । ବର୍ତ୍ତମାନ ଉକ୍ତ ଅଞ୍ଚଳରେ ସର୍ଚ୍ଚ ସୁରକ୍ଷାକର୍ମୀଙ୍କ ଅପରେସନ ଜାରି ରହିଛି ।

ଆହତ ହୋଇଥିବା ଯବାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ନେଇ ସୂଚନା ରହିଛି ।












Click it and Unblock the Notifications