ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ: ସମ୍ବଲପୁରରୁ ଭୁବନେଶ୍ୱରକୁ ହେଲା ସ୍ଥାନାନ୍ତରିତ
ଭୁବନେଶ୍ୱର: ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଇଛି । ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ୱତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ ହେବା ପରେ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଉଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିତ ଥିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି ।

ସୂଚନାଥାଉ ଯେ, ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଥିଲା । ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଆରମ୍ଭ ହୋଇଥିଲା । ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।
ସୂଚନା ଅନୁଯାୟୀ ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛିଘଟଣାସ୍ଥଳରେ ରେଢ଼ାଖୋଲ ପୁଲିସ୍ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ି ଜବତ କରିବା ସହ ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଏନେଇ ରେଢାଖୋଲ ଏସଡିପିଓ କହିଛନ୍ତି, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଟ୍ୟାଙ୍କର ଗାଡ଼ି ତାଙ୍କ କାର୍କୁ ପିଟିଛି। ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓଙ୍କୁ ହସ୍ପିଟାଲ ପଠାଯାଇଛି। ଉଭୟ ଗାଡ଼ିକୁ ଜବତ କରାଯାଇଛି।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications