ପୁଣି ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି। ଯାଜପୁର ଜିଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣି ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଛି ଭିଜିଲାନ୍ସ ଟିମ୍‌।

Senior Revenue Assistant

ସୂଚନା ମୁତାବକ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ। ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହୋଇଥିଲେ। ତେବେ କାର୍ଯ୍ୟ କରାଇ ଦେବାକୁ କହି କିରାଣି ପେରେଇ ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି ଯେତେ କାକୁତି ମିନତି କରିଥିଲେ ବି ସଂପୃକ୍ତ କିରାଣି କିଛି ଶୁଣି ନ ଥିଲେ। ଶେଷରେ ସବୁ ପ୍ରକାର ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର। ପୂର୍ବ ଯୋଜନା ମୁତାବକ ଶୁକ୍ରବାର କାର୍ଯ୍ୟାଳୟରେ ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ମାଡ଼ି ବସିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+