Get Updates
Get notified of breaking news, exclusive insights, and must-see stories!

ଶିମିଳିପାଳ ପ୍ରବଳ ଶୀତ, ୧ ନମ୍ବର ଛୁଇଁଲା ପାରଦ ; ଜନଜୀବନ ଅସ୍ତବ୍ୟସ୍ତ

ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ପ୍ରଦାନ କରିଛନ୍ତି ।

Shimlipal

ଫଳରେ ଗୁଡୁଗୁଡିଆ ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳିଛି। ଫଳରେ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତର ଜାଡ ଅସମ୍ଭାଳ କରିଦେଇଛି । ଲୋକେ ଗରମ ପୋଷାକ ଘୋଡାଇ ରହିବା ସହ ନିଆଁ ଜାଳି ଶୀତକଷ୍ଟକୁ ଲାଘବ କରୁଛନ୍ତି । ସେହିପରି ଶିମିଳିପାଳ ଅଭୟାରଣ୍ୟର ଚହଲା ଓ ଉପରବାରହାକାମୁଡାରେ ୨ଡିଗ୍ରୀ, ବରେହିପାଣିରେ ୫ଡିଗ୍ରୀ, ରାମତୀର୍ଥରେ ୯ଡିଗ୍ରୀ, ସାତକୋଶିଆରେ ଏବଂ କିଆଝରୀରେ ୧୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜିଲାର ୨୬ଟି ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରୀ ପାଖାପାଖି ରହୁଛି । ଅବାଧ ଗଛକଟା ଓ ଖଣିଖନନ ଯୋଗୁଁ ଏହାର ପ୍ରଭାବ ଜିଲାବାସୀଙ୍କ ଉପରେ ପଡୁଛି । ଯାହାକୁ ନେଇ ଶୀତ ଦିନେ ପ୍ରବଳ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+