ଭୀଷଣ ବାତ୍ୟାର ରୂପ ନେଲା 'ଦାନା', ପାରାଦୀପର ୨୮୦ କିମି ଦୂରରେ ବାତ୍ୟା
ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା 'ଦାନା' ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। । ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ।
୨୪ ତାରିଖ ସନ୍ଧ୍ୟାରୁ ୨୫ ତାରିଖ ସକାଳ ମଧ୍ୟରେ 'ଦାନା' ଲ୍ୟାଣ୍ଡଫଲ୍ କରିବାକୁ ଥିବାବେଳେ ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। ୩ ଜିଲା କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ବେଶି ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ବୁଧବାର ସ୍ପଷ୍ଟ କରିଛି। ଏବେ ବାତ୍ୟା 'ଦାନା' ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି ।

ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଆଜି ମଧ୍ୟରାତ୍ରିରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ, ଯାହା ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଜାରି ରହିବ । ତେବେ ଫନି ଠାରୁ ଏହାର ପ୍ରକୋପ କମ ରହିବ । ବାତ୍ୟା ୟାସ୍ ଭଳି ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।












Click it and Unblock the Notifications