ସମୀରଙ୍କ ବିୟୋଗରେ ଶୋକର ଛାୟା , ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି
ତେବେ ସମୀର ଦେ'ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ର ପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ଏହିପରୀପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ କରିଛନ୍ତି । ସମୀରଙ୍କ ବିୟୋଗ ଖବର ପାଇ ସେ ମର୍ମାହତ ଥିବା ଏକ୍ସରେ ଉଲ୍ଲେଖ କରିଛନ୍ତି। ସମୀର ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିଲେ । ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୁମିକା ରହିଥିଲା। ଏନେଇ ସେ ତାଙ୍କର ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ରାଷ୍ଟ୍ରପତି ଜଣାଇଛନ୍ତି।

ସମୀର ଦେ'ଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମଧ୍ୟ କହିଛନ୍ତି । ସେ ମେଡିକାଲରେ ଚିକିତ୍ସିତ ହେଉଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ । ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ ।












Click it and Unblock the Notifications