ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ, କହିଲେ ଏମିତି କିଛି

ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,'ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବା ଉଚିତ। ହେଲେ ମୋର ଉପସ୍ଥିତରେ ବୈଠକ ହେଉନାହିଁ, କି ମୋତେ କୌଣସି ସୂଚନା ମିଳୁନାହିଁ। ମୁଁ କେମିତି ପରାମର୍ଶ ଦେବି । ଶାସନତନ୍ତ୍ରର ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ଜ୍ଞାନ ନାହିଁ । ତେଣୁ ରତ୍ନଭଣ୍ଡାର ଖୋଲିବା ନେଇ ମୁଁ କିଛି ଜାଣି ନାହିଁ, ମୁଁ କିଛି କହି ପାରିବି ନାହିଁ। କାହିଁକି କମିଟି ଗଠନ ହୋଇଛି ମୋତେ କିଛି ଜଣା ନାହିଁ' ।

Shankaracharya

ସୂଚନାଯୋଗ୍ୟ, ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ ସଦସ୍ୟ ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ବିସ୍ତୃତ ଆଲୋଚନା କରିବେ। ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ।

ବିଜେଡି ସରକାର ସମୟରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ହେଲେ ଭାଜପା ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+