ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ଶେଷ ହେଲା ଶାନ୍ତିଲତାଙ୍କ ଶେଷକୃତ୍ୟ
ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ସମ୍ପନ୍ନ ହୋଇଛି । କାଲି ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିଲା । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହୋଇଛି । ଶାନ୍ତିଲତା ଙ୍କ ବିୟୋଗ ଓଡିଶା ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଶାନ୍ତିଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଥିଲେ ।

ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ଗାଇଥିବା ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ। ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା।
ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ନବୀନ।












Click it and Unblock the Notifications