ପର୍ଯ୍ୟଟକଙ୍କ ପାଇଁ ଏହି ତାରିଖରୁ ବନ୍ଦ ରହିବ ଶିମିଳିପାଳ
ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ତେବେ ଏହା ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଛି।

ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ମଧ୍ୟ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ଦେଇଛନ୍ତି।












Click it and Unblock the Notifications