ଆଜିଠୁ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା
ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ବୁଧବାରଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା।
ପୁରୀ: ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା' ବିମଳାଙ୍କ ପୀଠରେ ବୁଧବାରଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ । ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ ।

ମା' ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରୀଚ୍ଛା,ଚଣ୍ଡୀପାଠ,ମନ୍ତ୍ରଯାପକ,ସହସ୍ରନାମ ପାଠକଙ୍କୁ ବରଣ କରାଯିବ। ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଵେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଷ୍ୱର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ଆଜି ବରଣ କରାଯିବାର ପରମ୍ପରା ରହିଛି ।












Click it and Unblock the Notifications