ପୁଣି EDରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି
ପୁଣି EDରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା । ଭୁବନେଶ୍ୱର ED ଅଫିସରେ ପୁଣି ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା । ଗତ ବୁଧବାର ଅର୍ଥାତ୍ ୨୩ ତାରିଖ ଦିନ ମଧ୍ୟ ତାଙ୍କୁ ଜେରା କରାଯାଇଥିଲା । ପ୍ରାୟ ୧୪ ଘଣ୍ଟା ଧରି ତାଙ୍କୁ ପ୍ରଶ୍ନ କରିଥିଲା ଇଡି । ଏହି ମାମଲା କେଉଁ ମାନେ ସଂପୃକ୍ତ ଅଛନ୍ତି, କାହାଠୁ କେତେ ଟଙ୍କା ଆଦାୟ ହୋଇଥିଲା ଏପରି ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ ଶ୍ରଦ୍ଧାଞ୍ଜଳି । ଶ୍ରଦ୍ଧାଞ୍ଜଳି ଇଡିକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଥିବା ନେଇ ସୂଚନା ରହିଛି ।

ସୂଚନାଥାଉ ଯେ, ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ ଅଭିଯୋଗ କରିଥିଲେ ଅକ୍ଷୟ ପରିଜା । ଅର୍ଚ୍ଚନା ଅକ୍ଷୟ ପରିଜାଙ୍କ ପାଖକୁ ଶ୍ରଦ୍ଧାଞ୍ଜଳିଙ୍କୁ ପଠାଇଥିଲେ । ଯାହା ପରେ ସେ ତାଙ୍କର ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଥିବା ଦାବି କରିଥିଲେ । ନିଜକୁ ଶ୍ରଦ୍ଧାଞ୍ଜଳିଙ୍କ ଓକିଲ କହି ବ୍ଲାକମେଲ୍ କରିଥିଲେ ଅର୍ଚ୍ଚନା । ଟଙ୍କା ନଦେଲେ ଯୁବତୀ ଜଣଙ୍କ ତାଙ୍କ ବିରୋଧରେ ଥାନାକୁ ଯିବେ ବୋଲି ଅକ୍ଷୟଙ୍କୁ ଧମକାଇଥିଲା । ନହେଲେ ସମ୍ମାନହାନି କରିବାର ଓ କ୍ୟାରିୟର ନଷ୍ଟ କରିଦେବାର ଧମକ ଦେଇଥିଲା । ସମ୍ମାନହାନି ଭୟରେ ବୁଝାମଣା କରିବାକୁ ରାଜି ହୋଇଥିଲେ ଅକ୍ଷୟ ପରିଜା । ଏଥିପାଇଁ ଭୁବନେଶ୍ୱରର ସ୍ୟାଣ୍ଡି ଟାୱାରରେ ଅର୍ଚ୍ଚନା ସହ ଭେଟିଥିଲେ । ମାମଲା ରଫାଦଫା କରିବା ପାଇଁ ୩ କୋଟି ଟଙ୍କା ଦାବି କରିଥିଲା ଅର୍ଚ୍ଚନା । ଟଙ୍କା ନଦେଲେ ଖଣ୍ଡ ଖଣ୍ଡ କରି କାଟିଦେବା ସହ ଭୁବନେଶ୍ୱର ବାହାରକୁ ଯାଇ ପାରିବେ ନାହିଁ ବୋଲି ଅର୍ଚ୍ଚନା ଧମକ ଦେଇଥିବା ଅକ୍ଷୟ ପରିଜା FIRରେ ଉଲ୍ଲେଖ କରିଛନ୍ତି ।
-
ହୋଲିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ -
ପୁଣି ଥରେ ଭାରତକୁ ସାହାଯ୍ୟର ହାତ ବଢାଇଛି ଋଷିଆ, ସାରା ବିଶ୍ବରେ.... -
ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ, 101 ଜଣ ନିଖୋଜ -
ଇରାନୀ ବିମାନକୁ ଗୁଳି କରି ଖସାଇଲା ଇସ୍ରାଏଲ -
ଇରାନର ମିସାଇଲ୍ ମାଡ଼ରେ ଆମେରିକାର ଯବାନ ନିହତ -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ବିଜୟ ମହାପାତ୍ରଙ୍କ ଘରେ ରାଜ୍ୟସଭା ପ୍ରାର୍ଥୀ ଦିଲ୍ଲୀପ ରାୟ -
ପ୍ରଧାନମନ୍ତ୍ରୀ ମୋଦୀ ଚାଲିଯିବା ପରେ ଅପରେସନ;ଇସ୍ରାଏଲ ରାଷ୍ଟ୍ରଦୂତ -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ଆଫଗାନିସ୍ତାନ - ପାକିସ୍ତାନ ମୁହାଁମୁହିଁ ; ୧୫୦ ସୈନ୍ୟଙ୍କୁ ମାରିଲା ଆଫଗାନିସ୍ତାନ, ୪୦ ପୋଷ୍ଟ୍ ଉପରେ କବଜା -
ଆମେରିକା ଓ ଇସ୍ରାଏଲ ସହିତ ଇରାନର ତୀବ୍ର ଯୁଦ୍ଧ ; ବଢୁଛି ତେଲ ଦର...ଅଶୋଧିତ ତେଲର ୧ ଡଲାର ବୃଦ୍ଧି -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା












Click it and Unblock the Notifications