ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ: କଣ ଏହି ଖସାପଡ଼ା ଲାଗି ?
ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ଖସାପଡ଼ା ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ହେବ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି। ଗୁପ୍ତ ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ।
କଣ ଏହି ଖସାପଡ଼ା ଲାଗି ?
ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।
ଦଇତାପତି ସେବାୟତଙ୍କ ଦ୍ବାରା ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବାକୁ ଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଇଥାଏ । ବର୍ଷକୁ ଏକାଧିକ ଥର ଏହି ନୀତି ଅନୁଷ୍ଠିତ ହୋଇଥାଏ ବୋଲି ସେବାୟତ ପ୍ରତିକ୍ରିୟା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, "ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଁଞ୍ଚିଥାଏ । ଚତୁର୍ଦ୍ଧାମୂର୍ତ୍ତିଙ୍କର ଶ୍ରୀଅଙ୍ଗ ଶ୍ରୀପୟରର ସୁରକ୍ଷା ପାଇଁ ଏହି ଖସାପଡ଼ା ନୀତି ଅନୁଷ୍ଠିତ ହୋଇଥାଏ । ଏହା ଦଇତାପତି ସେବାୟତମାନଙ୍କ ଗୋଷ୍ଠୀ ଗତ ଏବଂ ଗୁପ୍ତ ସେବା ଅଟେ । ବର୍ଷକୁ ୨ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ ।"

ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇଥାନ୍ତି ଏବଂ ଗାରଦରେ ଜିମା ଦେଇଥାନ୍ତି । ଶୁଦ୍ଧ ସୁଆର ଖଳି କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାନ୍ନ ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇଥାଏ । ବେହେରାଣ ଦ୍ୱାର ଦେଇ ପାଳିଆ ଦଇତାପତିମାନେ ଗର୍ଭ ଗୃହକୁ ପ୍ରବେଶ କରିଥାଆନ୍ତି । ଏହାପରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଗୁପ୍ତ ନୀତି ସମ୍ପୂର୍ଣ୍ଣ କରିଥାନ୍ତି । ଧଳାକନା ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସଜାଇବେ । ନୀତି ସମ୍ପୂର୍ଣ୍ଣ ହେବା ପାଇଁ ୪ ଘଣ୍ଟା ସମୟ ଲାଗିଥାଏ ତେଣୁ ରାତି 9 ଟାରେ ନୀତି ଶେଷ ହେବ ବୋଲି ନୀତି ଧାର୍ଯ୍ୟ କରାଯାଇଛି । ଖସାପଡା ନୀତି ସମ୍ପୂର୍ଣ୍ଣ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ । ଏହା ନୀତି ଶେଷ ପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଥାଏ ।












Click it and Unblock the Notifications