ଆନନ୍ଦ ବଜାର ଶୃଙ୍ଖଳା କମିଟି ବୈଠକ; ଭକ୍ତଙ୍କୁ ମାଗଣା ମହାପ୍ରସାଦ ବଣ୍ଟନ ନେଇ ହୋଇପାରିଲାନି ନିଷ୍ପତ୍ତି

ପୁରୀ: ଶ୍ରୀମନ୍ଦିରେ ଆନନ୍ଦବଜାର ଶୃଙ୍ଖଳା ନେଇ ଶ୍ରୀମନ୍ଦିର ସ୍ଵତନ୍ତ୍ର ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଗୁରୁତତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ତେବେ ଭକ୍ତଙ୍କ ପାଇଁ ମହାପ୍ରସାଦ ଦର ତାଲିକା ଚୂଡ଼ାନ୍ତ ହୋଇନାହିଁ। ସେହିପରି ଭକ୍ତଙ୍କୁ ମାଗଣା ମହାପ୍ରସାଦ ବଣ୍ଟନ ନେଇ ମଧ୍ୟ କୌଣସି ନିଷ୍ପତ୍ତି ହୋଇନାହିଁ ।

jagannath temple

ଆନନ୍ଦ ବଜାରରେ ଅଣ ସୁଆରଙ୍କୁ ଚିହ୍ନଟ କରି ବାହାର କରିଦିଆଯାଇଛି । କେବଳ ସୁଆର ମହାସୁଆରଙ୍କୁ ସହାୟତା କରିବା ପାଇଁ ୨ ଜଣ ସହାୟକ ନିୟୋଜିତ ରହିବେ । ଭକ୍ତଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ, ଆନନ୍ଦ ବଜାରରେ ହେଲ୍ପ ଡେସ୍କ ଗଠନ, ଆନନ୍ଦ ବଜାରରେ ସଫେଇ ଓ ସ୍ବଚ୍ଛତା ପ୍ରତି ଗୁରୁତ୍ଵ ଦେବା, ଜରି କାଢି ଶେଡ୍ ର ବ୍ୟବସ୍ଥା ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଭଲ ଘିଅ ଅର୍ଥାତ୍ ଓମଫେଡ୍ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ଆଜି ବୈଠକରେ ଆଲୋଚନା ହୋଇଛି ।

ଆନନ୍ଦ ବଜାରରେ ଥିବା ଦୁଇଟି ଖଜା ଦୋକାନ ଭାଙ୍ଗି ରାସ୍ତା ବ୍ୟବସ୍ଥା ହେବ । ଗଠିତ ହୋଇଥିବା କୋର୍ କମିଟି ନିଷ୍ପତ୍ତି ନେବା ପରେ ମୁଖ୍ୟ ପ୍ରଶାସକ ଏହାକୁ ଅନୁମୋଦନ କରିବେ। ସେହି ଆଧାରରେ ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଅଣାଯାଇପାରିବ ବୋଲି ସୁଆର ମହାସୁଆର ନିଯୋଗର ସଭାପତି ଓ ସମ୍ପାଦକ କହିଛନ୍ତି। ବିଶେଷ କରି ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଅଣସୁପକାର ଓ ଅଣସେବାୟତଙ୍କ ଆନନ୍ଦବଜାର ପ୍ରବେଶ ଉପରେ ରୋକ ଲଗାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+