Shree Mandir: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୫ଘଣ୍ଟା ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।

ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଆଜି ବନକ ଲାଗି ପାଇଁ ସାଧାରଣ ଭକ୍ତଙ୍କ ନିମନ୍ତେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

shree mandir

Banakalagi Ritual : କ'ଣ ରହିଛି ବନକଲାଗି ନୀତିର ନିୟମ ? ଚାଲନ୍ତୁ ଜାଣିବା । ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି। ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଏହା ଉଲ୍ଲେଖ ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି ।ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି। ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି ।

ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି। ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି। ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ। ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି। ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି।

ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି। ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି। ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+