Shree Mandir: ଶ୍ରୀମନ୍ଦିରରେ ଆଜି ହାତୀ ପ୍ରସ୍ତାବ ବା ଅନ୍ଧ ଲୀଳା ନୀତି

ଆଜି ଶ୍ରୀମନ୍ଦିରରେ ହାତୀ ପ୍ରସ୍ତାବ ବା ଅନ୍ଧ ଲୀଳା ନୀତି ଅନୁଷ୍ଠିତ ହେବ । ଭାଦ୍ରବ ଶୁକ୍ଳ ତୃତୀୟା ତିଥି ଅବସରରେ ଏହି ନୀତି କରାଯିବ । ମହାପ୍ରଭୁ ଶ୍ରୀକୃଷ୍ଣ ଦୃଷ୍ଟିହୀନ ଭକ୍ତର ଭକ୍ତିରେ ସନ୍ତୁଷ୍ଟ ହୋଇ ଚକ୍ଷୁଦାନ କରିଥିବା ବେଳେ ଏକ ପରାକ୍ରମୀ ଉନ୍ମତ୍ତ ହାତୀକୁ ବିନାଶ କରିବେ ।

ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ବଢିବା ପରେ ଦକ୍ଷିଣୀ ଘରୁ ରାମକୃଷ୍ଣ ରତ୍ନ ସିଂହାସନକୁ ବିଜେ କରିବେ । ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ବଟମୂଳ ନିକଟରେ ଥିବା ପାଲିଙ୍କିରେ ବିଜେ କରିବେ । ପରେ ବିମାନବଡୁ ସେବକମାନେ ଠାକୁରଙ୍କୁ ସିଂହଦ୍ୱାର ନିକଟରେ ଥିବା ବଡ଼ଛତା ମଠ ସମ୍ମୁଖକୁ ନେବେ । ସେଠାରେ ପଡିଥିବା ଖଟ ଉପରେ ଠାକୁର ପାଲିଙ୍କି ସହିତ ବିଜେ ହେବେ । ସେଠାରେ ଅନ୍ଧ ମନ୍ଦିର ହସ୍ତୀ ଲୀଳା ପ୍ରସ୍ତାବ ଆଗତ କରାଯିବ । ନୀତି ସମ୍ପନ୍ନ ହେବା ପରେ ଠାକୁରଙ୍କୁ ପଞ୍ଚ ଉପଚାରରେ ଶୀତଳ ଭୋଗ ମଣୋହି କରାଯିବ । ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ ।

Elephant proposal or andha lila niti
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+