Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ; ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ କାଲି ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦର୍ଶନ ବନ୍ଦ ରହିବ ।

କ'ଣ ରହିଛି ବନକଲାଗି ନୀତିର ନିୟମ ? ଚାଲନ୍ତୁ ଜାଣିବା । ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି। ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଏହା ଉଲ୍ଲେଖ ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି ।

ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି । ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି ।

Shree mandir

ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି । ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି । ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ । ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି । ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି ।

ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି। ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି। ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ।

ପ୍ରାୟ ୨ ଘଣ୍ଟା ଧରି ବନକଲାଗି କରି ରତ୍ନ ସିଂହାସନରୁ ଓହ୍ଲାଇ ଆସନ୍ତି ଦତ୍ତ ସେବକ। ଏହା ପରେ ପାଳିଆ ମେକାପ ରତ୍ନ ସିଂହାସନକୁ ଖାଇଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+