ଉତ୍ସବମୁଖର ଶ୍ରୀକ୍ଷେତ୍ର: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନନ୍ଦୋତ୍ସବ ନୀତି

ଆଜି ନନ୍ଦୋତ୍ସବ । ଗତକାଲି ମଧ୍ୟ ରାତ୍ରିରେ ଧରାବତରଣ କରିଛନ୍ତି ପ୍ରଭୁ ଶ୍ରୀକୃଷ୍ଣ । ନନ୍ଦୋତ୍ସବ ପାଇଁ ସାରା ଦେଶ ଉତ୍ସବମୁଖର। ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେବ । ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ ।

shree mandir Nandotsav policy of Mahaprabhu at the temple

ଏହାପରେ ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି । ନନ୍ଦୋତ୍ସବ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+