ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି : ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି । ପଇତାଲାଗି ନୀତି ଯୋଗୁଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପଇତାଲାଗି ନୀତି ସମ୍ପାଦନ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ ବୋଲି ଜଣାପଡିଛି।
ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଠୀ ଗତ ସେବା ଅଟେ । ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।












Click it and Unblock the Notifications