ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ, ମହାବାହୁଙ୍କୁ ଦିଆଯିବ ପ୍ରଥମ ନିମନ୍ତ୍ରଣ
ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଚାଲିଥିବା ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଜାନୁଆରୀ 17 ରେ ହେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିଷ୍ଠା ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଯଜମାନ ଭାବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ ।
ଏହା ପୂର୍ବରୁ ଆସନ୍ତାକାଲି ଠାରୁ ନିମନ୍ତ୍ରଣ ପତ୍ର ବଣ୍ଟନ ହେବ । ନିମନ୍ତ୍ରଣ ପତ୍ର ସହ ଏକ ସ୍ୱତନ୍ତ୍ର କିଟ୍ ମଧ୍ୟ ପ୍ରଦାନ କରାଯିବ । ଏଥି ମଧ୍ୟରେ ପ୍ରଥମ ନିମନ୍ତ୍ରଣ ଓଡିଆ ଜାତିର ଆରାଧ୍ୟ ଦେବତା ଜଗନ୍ନାଥଙ୍କୁ ଦିଆଯିବ । ଏ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ପ୍ରଥମେ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପତ୍ର ଦିଆଯିବା ପରେ ବିଶିଷ୍ଟ ଅତିଥି ମାନଙ୍କୁ ନିମନ୍ତ୍ରଣ ପତ୍ର ଦିଆଯିବ ।

ଏହା ପରେ ଆସନ୍ତାକାଲି ଠାରୁ ନିମନ୍ତ୍ରଣ ପତ୍ର ବଣ୍ଟନ ହେବ । ନିମନ୍ତ୍ରଣ ପତ୍ର ସହ ଏକ ସ୍ୱତନ୍ତ୍ର କିଟ୍ ମଧ୍ୟ ପ୍ରଦାନ କରାଯିବ । ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ତିନୋଟି ଭାଷାରେ ରହିବ । ଏଥିରେ ପରିକ୍ରମା ପ୍ରକଳ୍ପକୁ ତଥ୍ୟ ରହିବ । ବିଭିନ୍ନ ଧାର୍ମିକ ଅନୁଷ୍ଠାନକୁ ଏହି ନିମନ୍ତ୍ରଣ ପତ୍ର ପଠାଯିବ । ଏଥିପାଇଁ ଜିଲ୍ଲାୱାରି ତାଲିକା ପ୍ରସ୍ତୁତ ହୋଇଛି । ଯେଉଁଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା 746 ଟି ଜଗନ୍ନାଥ ମନ୍ଦିର, 111 ଟି ଅନ୍ୟ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପଠାଯିବ ।












Click it and Unblock the Notifications