ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ; ଗଜପତି ମହାରାଜାଙ୍କ ଉପସ୍ଥିତିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପରିକ୍ରମା ପ୍ରକଳ୍ପ ଲୋକାର୍ପିତ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଗଜପତି ମହାରାଜାଙ୍କ ଉପସ୍ଥିତିରେ ଲୋକାର୍ପଣ କଲେ ମୂଖ୍ୟମନ୍ତ୍ରୀ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାଯଜ୍ଞରେ ପୂର୍ଣ୍ଣାହୁତି ପ୍ରଦାନ । ଗଜପତି ମହାରାଜା ଦିବ୍ୟସିଂହ ଦେବ ଦେଲେ ପୂର୍ଣ୍ଣାହୁତି । ପୂର୍ଣ୍ଣାହୁତି ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାଯଜ୍ଞରେ ପୂର୍ଣ୍ଣାହୁତି ପ୍ରଦାନ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପୂର୍ଣ୍ଣାହୁତି ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି ।
୩ଦିନ ଧରି ଚାଲିଥିବା ମହାଯଜ୍ଞଙ୍କରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ପରେ ସଭାସ୍ଥଳକୁ ଯାଇ ନିମନ୍ତ୍ରିତ ସାଧୁସନ୍ଥ ଏବଂ ଅତିଥି ମାନଙ୍କୁ ଉଭୟ ଗଜପତି ମହାରାଜ ଏବଂ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସମଗ୍ର ପୁରୀ ସହର ବଧୁବେଶରେ ସଜେଇ ହୋଇଛି । କାନ୍ଥବାଡରେ ଅଙ୍କା ଯାଇଥିବା ଚିତ୍ର ଐତିହାସିକ ଗାଥାକୁ ପୁଣିଥରେ ଉଜ୍ଜୀବିତ କରିଛି ।












Click it and Unblock the Notifications