Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଐତିହ୍ୟ କରିଡରକୁ NMAର ଅନୁମତି

ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ଏନଏମଏର ଏନଓସି । ସର୍ତ୍ତ ସହ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ ।

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ଏନଏମଏର ଏନଓସି । ସର୍ତ୍ତ ସହ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି ।

Parikrama Project

ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ । ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ ଏନ୍ଓସି ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ । ସେହିପରି ଇନ୍ଫର୍ମେସନ, ଡୋନେସନ ସେଲ, ଫାଷ୍ଟ ଏଡ୍ ସେଣ୍ଟର, ପୋଲିସ ସର୍ଭିସ ସେଣ୍ଟର ଓ ଏଟିଏମ୍ ନିର୍ମାଣ ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ ରଖି ରେଗୁଲେଟେଡ୍ ଅଞ୍ଚଳରେ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+