ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ପାଇଁ ତଦାରଖ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ; ଜଷ୍ଟିସ ଅରିଜିତ୍ ପଶାୟତ କମିଟି ଅଧ୍ୟକ୍ଷ

ଭୁବନେଶ୍ବର: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ । ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ।

ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଏହି କମିଟିର ଉପାଧ୍ୟକ୍ଷ ହୋଇଛନ୍ତି । ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD, ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବ ଙ୍କ ପ୍ରତିନିଧି ।

 Arijit Pashayat

ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି ମଧ୍ୟ ଏହି କମିଟିରେ ଅଛନ୍ତି । ସେବକ ପ୍ରତିନିଧି ଭାବରେ ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର
ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ଜଗନ୍ନାଥ କର, ଗଣେଶ ମେକାପ, ଭଣ୍ଡାର ମେକାପ ସେବକ ଏହି କମିଟିରେ ଅଛନ୍ତି ।

ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ କମିଟିରେ ସଦସ୍ୟ ରହିବେ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+