ଏହି ତାରିଖରେ ଖୋଲିବ ରତ୍ନ ଭଣ୍ଡାର, ପଢନ୍ତୁ କଣ କହିଲେ ଆଇନ ମନ୍ତ୍ରୀ
ରତ୍ନ ଭଣ୍ଡାର: ଖୁବ୍ ଶୀଘ୍ର ଖୋଲିବ ରତ୍ନ ଭଣ୍ଡାର । ଏ ନେଇ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସାମ୍ବାଦିକ ସମ୍ମିଳନୀ କରି ଆଇନ ମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାର ଖୋଲିବ ।
ଆସନ୍ତା ୬ ତାରିଖ ବୈଠକରେ ଏକ ବୈଠକ ଅନୁଷ୍ଠିତ ହେବ । ଏଥିରେ ରତ୍ନ ଭଣ୍ଡାର ଖୋଲିବା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ । ଏନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି । ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି ।

ସମାଜର ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ନେଇ ଏହି କମିଟି ଗଠନ ହୋଇଛି । ଏହି କମିଟିର ପ୍ରଥମ ବୈଠକ ୬ ତାରିଖରେ ବସିବ । କେଉଁ ଭଳି କାର୍ଯ୍ୟ ଆଗକୁ ଯିବ ମୋଡାଲିଟି ପ୍ରସ୍ତୁତ କରିବେ । କେଉଁ ପ୍ରକ୍ରିୟାରେ ଗଣତି ହେବ, କେଉଁ ଏଜେନ୍ସି ସାମିଲ୍ ହେବେ ସେ ନିଷ୍ପତ୍ତି ମଧ୍ୟ ଏହି କମିଟି ନେବେ। ପ୍ରଥମ ବୈଠକ ୬ ତାରିଖରେ ବସିବା ପରେ ସେମାନେ ଯାହା ନିର୍ଦ୍ଦେଶ ଦେବେ ସେହି ଅନୁସାରେ ପ୍ରକ୍ରିୟା ଆରମ୍ଭ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।












Click it and Unblock the Notifications