Get Updates
Get notified of breaking news, exclusive insights, and must-see stories!

କାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି ; ଅପରାହ୍ନ ୧୨: ୩୦ରୁ ସନ୍ଧ୍ୟା ୬ ଯାଏଁ ଚାଲିବ କାମ

ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଡ଼ିସେମ୍ବର ୨୫ରୁ ଭକ୍ତଙ୍କ ଗହଳିକୁ ଦେଖି ରତ୍ମଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରହିଥିଲା ।

ମାର୍ଗଦର୍ଶିକା ଆଧାରରେ କାଲି ଦ୍ଵିତୀୟ ଭୋଗ ମଣ୍ଡପ ପରେ ଅର୍ଥାତ୍ ଅପରାହ୍ନ ୧୨ ଟା ୩୦ ଠାରୁ ପ୍ରାୟ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମରାମତି କାମ ଚାଲିବ । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ ଆରମ୍ଭ ହେବ । ଆବଶ୍ୟକ ସ୍ଥଳେ ଫାଟ ଫାଟ ଥିବା ପଥର ପରିବର୍ତ୍ତନ ହେବ।

ସୂଚନା ଅନୁସାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଗତ ୧୭ ତାରିଖଠାରୁ ଆରମ୍ଭ ହୋଇଥିଲା । ପ୍ରାଥମିକ ପର୍ଯ୍ୟାୟରେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ନିୟୋଜିତ କୁଶଳୀ ଶ୍ରମିକମାନେ ଭିତର ରତ୍ନଭଣ୍ଡାରରେ ଲୁହା ପାଇପ୍‌ ଭାରାବନ୍ଧା କାମ ଶେଷ କରିଥିଲେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ପାଇଁ ୧୮ ତାରିଖ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖାଯାଇଥିଲା ।

shree mandir ratna bhandar

୧୯ ତାରିଖଠାରୁ ପୁଣି ମରାମତି କାମ ଆରମ୍ଭ ହୋଇଥିଲା । ଅପରପକ୍ଷରେ ଆସନ୍ତା ୨୦ ତାରିଖରୁ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ସୁସଂଗଠିତ କରିବା ଦିଗରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+