Shree Mandir: ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର
ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ ।
ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ ପରିଧାନ କରି ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି। କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଓ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି।












Click it and Unblock the Notifications