ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି । ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ । ରଥଯାତ୍ରା ସମୟରେ ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ଶେଷ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟ ପ୍ରଶାସକ ।

ରତ୍ନଭଣ୍ଡାରର ଗୁରୁତ୍ବ ଦୃଷ୍ଟିରେ ଅଗ୍ରାଧିକାର ଭିତ୍ତିରେ କାମ ଶେଷ କରିବାକୁ କୁହାଯାଇଛି । ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ଏଏସଆଇ ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ।

shree mandir temple administration

ଏପଟେ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ଶେଷ କରାଯିବ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଥଯାତ୍ରା ପରିଚାଳନା ନେଇ ବୈଠକ ବସିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଦଇତାପତି, ସମସ୍ତ ବାଡ଼ଗ୍ରାହୀ ଓ ନିଯୋଗର ସଦସ୍ୟ ବୈଠକରେ ଉପସ୍ଥିତ ଅଛନ୍ତି ।

ମହାପ୍ରଭୁଙ୍କ କରୁଣାରୁ ଏଥର ରଥଯାତ୍ରା ସୁରୁଖୁରୁରେ ସଂପାଦିତ ହେବ। ବିଭିନ୍ନ ବିଭାଗର ଅଧିକାରୀମାନେ ଏଯାଏ ୮୦ ପ୍ରତିଶତ କାମ ସାରିଲେଣି। ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ କାମ ସରିଯିବ ବୋଲି ମୋର ବିଶ୍ବାସ। ରଥଯାତ୍ରା ଲାଗି ରେଳବାଇ ପକ୍ଷରୁ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ।
ଏଣେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ମହାପ୍ରଭୁଙ୍କ କରୁଣାରୁ ଏଥର ରଥଯାତ୍ରା ସୁରୁଖୁରୁରେ ସଂପାଦିତ ହେବ। ବିଭିନ୍ନ ବିଭାଗର ଅଧିକାରୀମାନେ ଏଯାଏ ୮୦ ପ୍ରତିଶତ କାମ ସାରିଲେଣି। ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ କାମ ସରିଯିବ ବୋଲି ମୋର ବିଶ୍ବାସ।ରଥଯାତ୍ରା ଲାଗି ରେଳବାଇ ପକ୍ଷରୁ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ।

ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି । ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+