ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ଏହି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି
କ'ଣ ରହିଛି ବନକଲାଗି ନୀତିର ନିୟମ ? ଚାଲନ୍ତୁ ଜାଣିବା । ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି। ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଏହା ଉଲ୍ଲେଖ ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି ।

ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି। ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି ।
ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି। ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି। ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ। ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି। ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି।
ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି। ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି। ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ।
ପ୍ରାୟ ୨ ଘଣ୍ଟା ଧରି ବନକଲାଗି କରି ରତ୍ନ ସିଂହାସନରୁ ଓହ୍ଲାଇ ଆସନ୍ତି ଦତ୍ତ ସେବକ। ଏହା ପରେ ପାଳିଆ ମେକାପ ରତ୍ନ ସିଂହାସନକୁ ଖାଇଥାନ୍ତି ।












Click it and Unblock the Notifications