Get Updates
Get notified of breaking news, exclusive insights, and must-see stories!

ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର

ପୁରୀ : ଆଜି ପ୍ରଥମାଷ୍ଟାମୀ । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ପୋଢୁଆଁ ହେବେ ବଡ଼ଠାକୁର । ଗତକାଲି ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର । ପ୍ରଥମାଷ୍ଟମୀ ନୀତି ଅନୁସାରେ, ଭୋଗ ମଣ୍ଡପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ ।

ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆ ଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି । ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ହୋଇଥାଏ । ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀରେ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ ଏହି ନୀତି ।

shree mandir Today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+