ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ; ଜାଣନ୍ତୁ କାହିଁକି ?

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପାଇଁ ଅପରାହ୍ନ ୫ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

shree mandir

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ 'ବନକଲାଗି ନୀତି' କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ 'ଦତ୍ତମହାପାତ୍ର' କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହଙ୍କ ମୁଖ ଶୃଙ୍ଗାର କରିବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ 'ବନକଲାଗି ନୀତି'ରେ ବ୍ୟବହାର ହୁଏନାହିଁ । ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତି ପାଇଁ ଭିତରବେଢାର ଉତ୍ତର ପାର୍ଶ୍ବରେ ଏକ ବିଶେଷ କୋଠରୀ ମଧ୍ୟ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ସମ୍ପୂର୍ଣ୍ଣ ପ୍ରକ୍ରିୟା ପାଇଁ ପ୍ରାକୃତିକ ଓ ବିଶେଷ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗ ଉପାଦନ ବ୍ୟବହାର କରନ୍ତି ଦତ୍ତ ମହାପାତ୍ର । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ ପ୍ରସ୍ତୁତ ହେଉଥିବା ବେଳେ ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀକୁ ମିଶ୍ରଣ କରାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+